
ମହାମହିମ ରାଷ୍ଟ୍ରପତିଙ୍କ ସମ୍ବଲପୁର ଗସ୍ତ ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି | ଆସନ୍ତା ଫେବୃଆରୀ ୩ ତାରିଖରେ ମହାମହିମ ରାଷ୍ଟ୍ରପତି ଗସ୍ତ କରିବେ | ଆଉ ରାଷ୍ଟ୍ରପତି ଆସିବା ପୂର୍ବରୁ ସମବାୟ ଓ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ ପ୍ରଦୀପ ବଳବନ୍ତରାୟଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା | ଏହି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା |

ଯେମିତି କି ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥା, ପ୍ରୋଟୋକଲ, ଯାତାୟାତ ବ୍ୟବସ୍ଥା, ଆୟୋଜନ ସ୍ଥଳର ପ୍ରସ୍ତୁତି ଏବଂ ବିଭାଗୀୟ ସମନ୍ୱୟ ସମ୍ପର୍କରେ ସମୀକ୍ଷା କରାଯାଇଥିଲା | ଜିଲ୍ଲାପାଳ ସମସ୍ତ ସମ୍ପୃକ୍ତ ବିଭାଗକୁ ପରସ୍ପର ସମନ୍ୱୟରେ କାର୍ଯ୍ୟ କରି ନିର୍ଦ୍ଧାରିତ ପ୍ରୋଟୋକଲ ଅନୁଯାୟୀ ସମସ୍ତ ପ୍ରସ୍ତୁତି ସମୟ ମଧ୍ୟରେ ସମ୍ପନ୍ନ କରିବାକୁ ନିର୍ଦ୍ଦେଶ ଦେଇଥିଲେ | ପ୍ରଥମେ ମାନ୍ୟବର ମନ୍ତ୍ରୀ ମା’ ବିରଜାଙ୍କ ମନ୍ଦିର ଗସ୍ତ କରିଥିଲେ | ମହାମହିମଙ୍କ ଗସ୍ତ ପରିପ୍ରେକ୍ଷୀରେ ସେଠାରେ ଚାଲୁଥିବା ସମସ୍ତ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିଥିଲେ |

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳଙ୍କ ସମେତ ପୋଲିସ ଆରକ୍ଷୀ ଅଧିକ୍ଷକ, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ, ବିଏସଏନଏଲ୍ ର ଅଧିକାରୀମାନେ ଯୋଗଦେଇଥିଲେ |



