Blog
ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ
ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆସିବା ପରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଉପରେ ଅଧିକ ଗୁରୁତ୍ୱ ଦେଇ ବାରମ୍ବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ସମୃଦ୍ଧ ଓଡ଼ିଶା ଗଢ଼ିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଯେଉଁ ପ୍ରୟାସ ଜାରି ରଖଛନ୍ତି, ସେଥିପାଇଁ ସାରା ଓଡ଼ିଶାବାସୀ ତାଙ୍କ ଉପରେ କୃତଜ୍ଞ ।
ଓଡ଼ିଶାରେ ବିଜେପି ସରକାରର ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସନ୍ତା ୨୦ ତାରିଖ ଦିନ ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ସେ ପ୍ରଥମେ ମୟୂରଭଞ୍ଜର ପାହାଡ଼ପୁରରେ ହେଲିପ୍ୟାଡରେ ଅବତରଣ କରିବେ ।
ସେଠାରୁ ଦେଶର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଗାଁ ପରିଦର୍ଶନରେ ଯିବେ । ଉକ୍ତ ଗ୍ରାମରେ ୧ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତାଇ ମହାମହିମ ରାଷ୍ଟ୍ରପତିଙ୍କ ପରିବାର ଓ ଗାଁ ଲୋକଙ୍କ ସହ ବାର୍ତ୍ତାଳାପ କରିବେ ।
ଏହାପରେ ମାନନୀୟ ପ୍ରଧାନମନ୍ତ୍ରୀ ସେଠାରୁ ବାହାରି ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ସେ ଏକ ଜନସଭାକୁ ସମ୍ବୋଧିତ କରିବା ପରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ ।
- Trending




